କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଭୁବନେଶ୍ୱର IIT କ୍ୟାମ୍ପସ୍‌ର ଶୁଭ ଉଦ୍‌ଘାଟନ କରିବେ। ଏହାସହ ନାଇଜର କ୍ୟାମ୍ପସ୍‌ ଷ୍ଟାଡିୟମ୍‌ରେ ଆୟୋଜିତ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ଏଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ଲାଗି ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି କ୍ରାଇମ୍‌ବ୍ରାଞ୍ଚ୍‌ ଏଡିଜି ସନ୍ତୋଷ ଉପାଧ୍ୟାୟ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ୍‌ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ମକ୍‌ ଡ୍ରିଲ କରାଯିବା କାର୍ଯ୍ୟକ୍ରମ ରହିଛି। ସେହିପରି ଜାନୁଆରୀ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରିପଦା ଆସିବେ। ସେଠାରେ ଏକ ବିଶାଳ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

You might also like