ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସମ୍ବଲପୁର ଯାଇ ସେଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସମ୍ବଲପୁରରେ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ।

ଅପରାହ୍ଣରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

You might also like