ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି
ପୁରୀ: ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି। ଆଜି ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ୧୪୪ ଜାରି କରାଯାଇଛି। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଜାରି କରାଯାଇଛି। ୧୪୪ ଧାରା ଯୋଗୁଁ ଭକ୍ତ ପତିତପାବନଙ୍କ ଦର୍ଶନରୁ ବଞ୍ଚିତ ହେବେ।
ବେଶ ଓଲାଗି ପରେ ଭକ୍ତ ପତିତପାବନଙ୍କୁ ଦର୍ଶନ କରିପାରିବେ। ନାଗାର୍ଜୁନ ବେଶ ଲାଗି ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ସହରରେ ୨୫ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୨ ASP, ୭ DSP, ୧୯ SI, ୭୭ ASI ନିଯୁକ୍ତ କରାଯାଇଛି। ହରଚଣ୍ଡୀ ସାହିରୁ ନାଗାବେଶକୁ କଡ଼ା ସୁରକ୍ଷାରେ ଅଣାଯିବ ବୋଲି କୁହାଯାଇଛି।