ଅଯୋଗ୍ୟ ହିତାଧିକାରୀଙ୍କଠୁ ‘କାଳିଆ’ ଟଙ୍କା ଫେରସ୍ତ ନିର୍ଦ୍ଦେଶ ସ୍ଥଗିତ

ଭୁବନେଶ୍ୱର: ଅଯୋଗ୍ୟ ହିତାଧିକାରୀଙ୍କଠୁ ‘କାଳିଆ’ ଟଙ୍କା ଫେରସ୍ତ ନିର୍ଦ୍ଦେଶକୁ ସ୍ଥଗିତ ରଖାଯାଇଛି। ଏ ନେଇ କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାସହ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ ଏ ନେଇ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ମଧ୍ୟ କରାଯାଇଛି।

ରାଜ୍ୟରେ କୋଭିଡ ସ୍ଥିତି ଓ ଖରିଫ ଚାଷ ପାଇଁ ଏହାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଏଭଳି ସ୍ଥିତିରେ ଚାଷୀଙ୍କ ଉପରେ ଟଙ୍କା ଫେରସ୍ତ ଚାପ ନ ଦେବାକୁ ନିଷ୍ପତ୍ତି ହୋଇଛି।

You might also like