ମହିଳାଙ୍କୁ ସଶକ୍ତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା

ନୂଆଦିଲ୍ଲୀ/ଭୁବନେଶ୍ୱର: ମହିଳାଙ୍କୁ ସଶକ୍ତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା। ଏହି ଯୋଜନା ଫଳରେ ଗ୍ରାମାଞ୍ଚଳରେ ଆଜି ଉନ୍ନତି ହୋଇପାରିଛି। ଏହାସହ ମହିଳାମାନେ ଧୂଆଁରୁ ମୁକ୍ତି ପାଇଛନ୍ତି ବୋଲି ଉଜ୍ଜ୍ୱଳା ଯୋଜନାର ସଫଳତା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

୪ ବର୍ଷ ତଳେ ମେ’ ପହିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶ ଠାରେ ଉଜ୍ଜ୍ୱଳା ଯୋଜନାର ଶୁଭାରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ୮ କୋଟି ଗରିବ ପରିବାରକୁ ମାଗଣାରେ ଏଲ୍‌ପିଜି ଗ୍ୟାସ୍ ସଂଯୋଗ ଯୋଗାଇ ଦିଆଯାଇଛି।

କୋଭିଡ୍ ୧୯ ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ୭ କୋଟି ୪୭ ଲକ୍ଷ ଲୋକଙ୍କୁ ସିଧାସଳଖ ଡିବିଟି ଜରିଆରେ ଟଙ୍କା ପଠାଯାଇଛି।

ଓଡ଼ିଶାରେ ଏଲ୍‌ପିଜି ବ୍ୟବହାର ୨୦୧୯ ସୁଦ୍ଧା ୮୧.୫ ପ୍ରତିଶତକୁ ବୃଦ୍ଧି ପାଇଛି। ଓଡ଼ିଶାରେ ୪୭ ଲକ୍ଷ ୫୦ ହଜାର ହିତାଧିକାରୀ ଏହଦ୍ୱାରା ଉପକୃତ ହୋଇଛନ୍ତି। ଓଡ଼ିଶାରେ ଗତ ୫ ବର୍ଷ ମଧ୍ୟରେ ଏଲ୍‌ପିଜି ବିତରକଙ୍କ ସଂଖ୍ୟା ଅଢ଼େଇ ଗୁଣ ବୃଦ୍ଧି ପାଇଛି। ୨୦୨୦ ମଧ୍ୟରେ ଏପ୍ରିଲ ୨୯ ସୁଦ୍ଧା ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କୁ ୨୪ ଲକ୍ଷ ୫୦ ହଜାର ସିଲିଣ୍ଡର ବିତରଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like