ସତରେ କ’ଣ ଚିକିତ୍ସା ଅବହେଳାରୁ ମରିଗଲେ?

କେନ୍ଦୁଝର: ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। କେନ୍ଦୁଝର ବାଂଶପାଳ ବ୍ଲକ୍‌ ଶୁଆକାଠି ଗାଁର ଯୋଗେନ୍ଦ୍ର ମୁଣ୍ଡାଙ୍କ ସ୍ତ୍ରୀ ଝୁନୁମୁଣ୍ଡାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଗତକାଲି ରାତିରେ ଆଶା ଦିଦିଙ୍କୁ ଫୋନ୍‌ କରିଥିଲେ। କିନ୍ତୁ ଆଶା ଦିଦି ତାଙ୍କୁ ଅଟୋରେ ଡାକ୍ତରଖାନାକୁ ନେବାକୁ ପରାମର୍ଶ ଦେଇଥିଲେ।

ପରେ ଯୋଗେନ୍ଦ୍ର ରାତି ୧ଟାରେ ସ୍ତ୍ରୀଙ୍କୁ ନେଇ ଡାକ୍ତରଖାନାରେ ପହଞ୍ଚିଥିଲେ। କିନ୍ତୁ ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ଅନ୍ୟପଟେ ଡାକ୍ତର ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ମହିଳାଙ୍କ ମୃତ୍ୟୁ ହୋଇଥିଲା ବୋଲି କହିଛନ୍ତି।

 

You might also like