ଆସନ୍ତା ୨୭ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ତାରିଖରେ ରାଷ୍ଟ୍ରପତି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ୨୭ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଓ ୨୮ ତାରିଖରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗୋପାଳପୁର ଗସ୍ତ କରିବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସ୍‌ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ପୁଲିସ୍‌ ଡିଜି ବିକେ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ସମ୍ପର୍କିତ ଆଲୋଚନା ହୋଇଛି। ବୈଠକରେ IG ଅପରେସନ୍, ADG କୋଷ୍ଟାଲ୍ ସିକ୍ୟୁରିଟି, ଗୁଇନ୍ଦା ବିଭାଗ ଆଇଜି, ଗଞ୍ଜାମ SP ଓ ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି।

You might also like