ରାଉରକେଲା #IGH ସୁପରସ୍ପେସିଆଲିଟି ହସ୍ପିଟାଲ ଉଦଘାଟିତ

ଲୋକାର୍ପିତ ହେଲା ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ

ରାଉରକେଲା(ପୱନ ତିୱାରୀ) ଉଦଘାଟନ ହେଲା ରାଉରକେଲାର ସୁପରସ୍ପେସିଆଲଟି ହସ୍ପିଟାଲ। ବହୁ ପ୍ରତୀକ୍ଷିତ ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି। ଲୋକାର୍ପଣ ହେବା ପରେ ରାଷ୍ଟ୍ରପତି ହସ୍ପିଟାଲ ପରିସର ବୁଲି ଦେଖିଥିଲେ।  ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ ।

୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା। ୪୭୪୨.୬୯ ବର୍ଗ ମିଟର ଜାଗାରେ ସର୍ଭିସ ବ୍ଲକ, କିଚେନ୍‌, ମେଡିକାଲ ଷ୍ଟୋର, ପ୍ରଶାସନିକ ଅଫିସ୍‌, କର୍ମଚାରୀ ଓ ଫ୍ୟାକଲ୍‌ଟି ରୁମ୍‌ ରହିଛି। ଏଥିସହ ୫୨୮୮.୪ ବର୍ଗ ମିଟରର ଅଡିଟୋରିୟମ୍‌, ଏକାଡେମିକ୍‌ ବ୍ଳକ ମଧ୍ୟ ରହିଛି। ଏଥିସହ ହୃଦରୋଗ (କାର୍ଡିଓଲୋଜି), ହୃ୍ଦରୋଗ ଅସ୍ତ୍ରୋପଚାର (କାର୍ଡିଓଲୋଜି-ଥୋରାସିସ୍‌ ସର୍ଜରୀ),ସ୍ନାୟୁଜନିତ ରୋଗ (ନ୍ୟୁରୋଲୋଜି),କୃ୍ତଜନିତ ରୋଗ (ନେଫ୍ରୋଲୋଜି),  ସ୍ନାୟୁବିକ ଅସ୍ତ୍ରୋପଚାର ( ନ୍ୟୁରୋ ସର୍ଜରୀ) ବିଭାଗ ରହିଛି। ଏଥିସହ ଏଣ୍ଡୋସ୍‌ସ୍ପୋପି, ପ୍ରାଇଭେଟ୍‌ ୱାର୍ଡ, ୩ ଟେଲ୍‌ସା ଏମ୍‌ଆର୍‌ଆଇ, ସିଟି ସ୍କାନ୍‌, ଲ୍ୟାବ୍‌, ସିଆର୍‌ଆର୍‌ଟି ମେସିନ୍‌ ସମେତ ୫ଟି ଅତ୍ୟାଧୁନିକ ଅପରେସନ୍‌ ଥିଏଟର ରହିଥିବା ନେଇ ସୂଚନା ମିଳିଛି।

ଆହୁରି ପଢନ୍ତୁ : NIT ରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି। କହିଲେ, ବିନା ଚାପରେ ନିଷ୍ପତ୍ତି ନେବାର ରହିଛି ଆବଶ୍ୟକତା

You might also like