ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତାକାଲି ଓଡ଼ିଶା ଆସିବେ। ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀରୁ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଅଭିମୁଖେ ବାହାରିବେ। ସନ୍ଧ୍ୟା ୭ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ରାଜଭବନରେ ସେ ରାତ୍ରୀ ଯାପନ କରିବେ।

ତା’ପର ଦିନ ଅର୍ଥାତ ୨୮ ତାରିଖ ସକାଳ ୬ଟା ୪୫ ମିନିଟ୍‌ରେ ବାହାରି ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ବିମାନବନ୍ଦରରେ ୭ଟା ୪୫ରେ ପହଞ୍ଚିବେ। ୮ଟା ୩୫ରୁ ପ୍ରାୟ ଏକ ଘଣ୍ଟା ଯାଏ ଗୋଳାବନ୍ଧ ଆର୍ମି ଏଡି କଲେଜରେ ଦୀକ୍ଷାନ୍ତ କାର୍ଯ୍ୟକ୍ରମରେ ଯୋଗଦେବେ।  କଲେଜର ଅନ୍ୟ କାର୍ଯ୍ୟକ୍ରମ ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ ରାଷ୍ଟ୍ରପତି। ପୂର୍ବାହ୍ନ ୧୦ଟା ୫୫ ମିନିଟ୍‌ରେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ। ମଧ୍ୟାହ୍ନ ଭୋଜନ ପରେ ରାଷ୍ଟ୍ରପତି ରାଞ୍ଚି ଅଭିମୁଖେ ଯାତ୍ରା କରିବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

You might also like