ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନରେନ୍ଦ୍ର ମୋଦି। ଏଥିସହ ସମସ୍ତଙ୍କ ସ୍ୱପ୍ନ ସାକାର ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

 

 

 

You might also like