ଫୋନି ମୁକାବିଲା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ : ସାମୁଦ୍ରିକ ଝଡ଼ ଫୋନିର ମୁକାବିଲା ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଖାଦେବାକୁ ଥିବା ପରିସ୍ଥିତିର ସମୀକ୍ଷା ପରେ ପ୍ରଧାନମନ୍ତ୍ରୀ ମୋଦି କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀଙ୍କୁ ସଜାଗ ରହିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।

ଏହାସହ ପ୍ରଭାବିତ ହେବାକୁ ଥିବା ରାଜ୍ୟ ସହ ସମନ୍ୱୟ ରକ୍ଷା କରି ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ ସହ ଯଥା ସମ୍ଭବ ଉଦ୍ଧାର କାର୍ଯ୍ୟ କରିବାକୁ କହିଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ କେନ୍ଦ୍ର କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବଙ୍କ ସହ ଆଇଏମ୍‌ଡି, ଏନ୍‌ଡିଆରଏଫ, ଏନ୍‌ଡିଏମ୍ଏ୍  ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

You might also like