ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚ୍‌ପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଆଜି ସଂଧ୍ୟା ସାଢ଼େ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା।

ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ହେଉଛି ପୃଥ୍ୱୀ-୨। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର।

୧ ହଜାର କେଜିର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା ପୃଥ୍ୱୀ-୨ର ରହିଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ମିସାଇଲକୁ ଭାରତୀୟ ଷ୍ଟ୍ରାଟେଜିକ୍ କମାଣ୍ଡ ଫୋର୍ସର ସ୍ୱତନ୍ତ୍ର ଯବାନମାନେ ପରୀକ୍ଷା କରିଥିଲେ।  ଏହି ସମୟରେ ଚାନ୍ଦିପୁର ପରୀକ୍ଷଣ କେନ୍ଦ୍ରରେ DRDO ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like