ପୁରୀ ସିଂହଦ୍ୱାର ଆଗରେ ଜଳିବନି କାଉଁରିଆ କାଠି

ପୁରୀ : ଏବର୍ଷ ପୁରୀ ସିଂହଦ୍ୱାର ଆଗରେ ଜଳିବନି କାଉଁରିଆ କାଠି। ଧୂଆଁ ଯୋଗୁଁ ପ୍ରଦୂଷଣ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏଭଳି କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ।

ପୂର୍ବଭଳି ପୟାଶ୍ରାଦ୍ଧ ପାଳନ କରିପାରିବେ, ହେଲେ କାଉଁରିଆ କାଠି ଲୋକେ ଜାଳିପାରିବେନି। ଏ ସମସ୍ତ କଟକଣା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ। ଶ୍ରଦ୍ଧାଳୁ କେବଳ ପୟାଶ୍ରାଦ୍ଧ କର୍ମ କରି ଫେରିଯିବାକୁ ପ୍ରଶାସନ ଅନୁରୋଧ କରିଛି।

ପ୍ରତିବର୍ଷ ଦୀପାବଳି ସନ୍ଧ୍ୟାରେ ଶ୍ରୀମନ୍ଦିର ଚାରିପଟେ ଶହ ଶହ ଶ୍ରଦ୍ଧାଳୁ ପୟାଶ୍ରାଦ୍ଧ କରି କାଉଁରିଆ କାଠି ଜାଳିଥାନ୍ତି। କିନ୍ତୁ ଏବର୍ଷ କରୋନା ସଂକ୍ରମଣ ବଢିବା ଆଶଙ୍କାରେ ପ୍ରଦୂଷଣ ରୋକିବାକୁ ଜିଲ୍ଲା ପ୍ରଶାସନ କଟକଣା ଲଗାଇଛି।

ଆହୁରି ପଢ଼ନ୍ତୁ

You might also like