ଓଡ଼ିଶାର ବିଭିନ୍ନ ସ୍ଥାନରେ ଆଜି କାଳବୈଶାଖୀ ସମ୍ଭାବନା

  • ଆଜି ବି ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା
  • ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ
  • ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା

ଭୁବନେଶ୍ୱର: ରାଜ୍ୟରେ ଆଜି ବି ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଡେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ନବରଙ୍ଗପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିପାରେ।

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା । ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱର, ପୁରୀ ସମେତ ଅନେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। ଏହାସହ ବଜ୍ରପାତ ମଧ୍ୟ ହୋଇଥିଲା। ଜୋରରେ ପବନ ବହିବା ଯୋଗୁ କେଉଁଠି ଗଛ ଭାଙ୍ଗି ଯାଇଥିଲା ତ ଆଉ କେଉଁଠି ଟେଣ୍ଟ୍‌ ଘର ଭାଙ୍ଗି ଯାଇଥିଲା। ବଜ୍ରାଘାତରେ ଲୋକଙ୍କ ଜୀବନ ମଧ୍ୟ ଚାଲି ଯାଇଥିଲା

You might also like