୧୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ବର୍ଷା ଲାଗି ରହିବ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଏକ ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ମଧ୍ୟ ଓଡ଼ିଶା ଉପରି ଭାଗରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଆସନ୍ତା ୧୬ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଭ୍ରଦକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡା, ଢେଙ୍କାନାଳ, ମୟୁରଭଂଜ ଓ କେନ୍ଦୁଝର।

ଏଥିସହ ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, କଟକ, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like