୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୱାର୍ଣ୍ଣିଂ: ୪ ଦିନ ବର୍ଷା, ଘଡ଼ଘଡ଼ି !

ଭୁବନେଶ୍ୱର: କାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆସନ୍ତାକାଲି ବର୍ଷା ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ବରଗଡ଼।

ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ
ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ। ବର୍ଷା ଓ ଘଡ଼ଘଡ଼ି ନେଇ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ SRC ସତର୍କ କରାଇଛନ୍ତି। ଏପରିକି ଯଦି କିଛି ପରିସ୍ଥିତି ବିଗିଡ଼େ ସଜାଗ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

You might also like