ଏଥର ଦୀପାବଳିକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର : ଏଥର ଦୀପାବଳିକୁ ଫିକା କରିପାରେ ବର୍ଷା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଦୀପାବଳି ସମୟରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ , ଏହି ଘର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ। ଯାହାର ପ୍ରଭାବରେ ଆସନ୍ତା ୨୩ରୁ୨୫ ତାରିଖ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ୨୩ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ୨୪ ଓ ୨୫ ତାରିଖରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ଏହି ବର୍ଷାର ପ୍ରଭାବ ୨୭ ତାରିଖ ଅର୍ଥାତ୍ ଦୀପାବଳି ପର୍ଯ୍ୟନ୍ତ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 

You might also like