ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର: ଟ୍ରପ୍ ଲାଇନ୍‌ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ୨୫ ତାରିଖରେ ଅଧିକ ବର୍ଷା ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।

ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

You might also like