୯ ତାରିଖ ପର୍ଯ୍ୟନ୍ତ ଲାଗିରହିବ ବର୍ଷା; କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା ପାଇଁ ଅରେଞ୍ଜ ଆଉ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା- କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼

ମୟୂରଭଞ୍ଜ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡିରେ ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଓ ଯାଜପୁରରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

You might also like