୩ ଦିନ ବର୍ଷିବ, ୯ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୩ ଦିନ ବର୍ଷିବ। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ୮ ତାରିଖ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର
ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହିସବୁ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି। ଆଜି ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୨.୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର। ବଲାଙ୍ଗିର- ୪୧.୫, ମାଲକାନଗିରି, ସୁବର୍ଣ୍ଣପୁର, ବୌଦ୍ଧ ୪୧ ଡିଗ୍ରୀ, ଭବାନୀପାଟଣା- ୪୦.୮, ରାୟଗଡ଼ା- ୪୦.୨ ଡିଗ୍ରୀ, ସମ୍ବଲପୁର- ୪୦.୧ ଓ ଝାରସୁଗୁଡ଼ା ୪୦ ଡିଗ୍ରୀ ତାପମାତ୍ରା ରହିଛି।

You might also like