କାଲିଠୁ ୧୯ ତାରିଖ ଯାଏ ବର୍ଷା ସମ୍ଭାବନା, ୧୭ରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର: ରାଜ୍ୟରେ ବଦଳିବ ପାଣିପାଗ। ଆସନ୍ତାକାଲିଠୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତାକାଲି ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୧୭ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୧୭ ତାରିଖରେ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୩ରୁ ୪ ଦିନ ଯାଏ ରାତିର ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

You might also like