ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।

୩ ଦିନ ଯାଏ ଝଡ଼ତୋଫାନ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତ ୨/୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

You might also like