ଭୁବନେଶ୍ୱର: ରାଜ୍ୟରେ ଆଜି ପାଗ ଶୁଖିଲା ରହିବ ହେଲେ କାଲି ଓ ୨୯ ତାରିଖ ଦିନ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଘଡ଼ଘଡ଼ି ମଧ୍ୟ ମାରିପାରେ।
ସେହିପରି ୨୯ ତାରିଖ ଦିନ ମଧ୍ୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର।
୩୦ ଓ ୩୧ ତାରିଖରେ ପାଗ ଶୁଖିଲା ରହିବ।