ଆସନ୍ତା ୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପ୍ ଝିପ୍ ବର୍ଷା ହେବାସହ ପାଗ କୋହଲା ରହିଛି। ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍‌‌ ସର୍କୁଲେସନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ରହିବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ ଏବଂ ସୋନପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବଲାଙ୍ଗିର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ରାୟଗଡ଼ା ଏବଂ ସୋନପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ୨୨ ତାରିଖ ଆଡ଼କୁ ପାଗ ପ୍ରାୟତଃ ଶୁଖିଲା ରହିବ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

You might also like