ଆହୁରି ୨୪ ଘଣ୍ଟା ବର୍ଷା!

ଭୁବନେଶ୍ୱର: ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା। ବିଶେଷ କରି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ଏଭଳି ପାଗ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କଟକ ଏବଂ କନ୍ଧମାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ସହ କୁଆପଥର ମାଡ ହୋଇପାରେ। ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ  ଜିଲ୍ଲାରେ ବି  ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ଆସନ୍ତା ୨୭ ତାରିଖରୁ ପାଗ ବଦଳିବା ସହ ତାତି ବଢିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

You might also like