ଭୁବନେଶ୍ୱର: ରାଜ୍ୟର ଅନେକ ଜିଲ୍ଲାରେ ଆଜି ମଧ୍ୟ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ତେବେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ଅନୁଗୁଳ। ଏହାସହ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ମଧ୍ୟ ମାରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଅନ୍ୟପକ୍ଷରେ ଆଜିଠୁ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟ କିଛି ଜିଲ୍ଲାରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଆସନ୍ତାକାଲି ବଲାଙ୍ଗିର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ସେହିପରି ୨୧ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କୋରାପୁଟ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ।