• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର:  ଗତକାଲି ରାତିରେ ହୋଇଥିବା ବର୍ଷା ପରେ ଗତକିଛି ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ମୁକ୍ତି ମିଳିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରପ ଲାଇନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଏଥିସହିତ କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।  ସେହିପରି କୋରାପୁଟ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବାଲେଶ୍ୱର,  ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଅନୁଗୁଳ ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସୂଚନାଥାଉ କି ଗତକାଲି ସନ୍ଧ୍ୟାରେ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହୋଇ ଯାଇଛି। ଏଥିସହିତ କୁଆପଥର ମାଡ ହୋଇଛି। ନୂଆପଡା ଜିଲ୍ଲା ଖଡିଆଳରେ କୁଆପଥର ମାଡ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ନୟାଗଡ଼ରେ କାଳବୈଶାଖି ସହ ବର୍ଷା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି।

Rainfall-thunderstorm-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories