ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ସହ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।
ଗତକାଲି ମୌସୁମୀ ବାୟୁ ମାଲକାନାଗିରି ଓ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବାବେଳେ ଆଜି ପ୍ରାୟ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୨ଦିନ ଯାଏ ବର୍ଷା ଲାଗି ରହିପାରେ। ଏହାପରେ ବର୍ଷାର ପରିମାଣ କମିପାରେ। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଆଜି ପାଇଁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ଲାଗି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।