ବିଧାୟକଙ୍କୁ ଗିରଫ କରିବା ଦାବିରେ ଥାନାରେ ପଶି ଭଙ୍ଗାରୁଜା କଲେ ଲୋକେ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଭିତରେ ପଶି ଲୋକେ ଭଙ୍ଗାରୁଜା କରିଛନ୍ତି। ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିବା ଦାବିରେ ସ୍ଥାନୀୟ ଲୋକେ ଭଙ୍ଗାରୁଜା କରିଛନ୍ତି।

ଜଣେ ପୂର୍ବତନ ସରପଞ୍ଚଙ୍କୁ ବିଧାୟକ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ତେବେ ଏନେଇ ଥାନାରେ ବାରମ୍ବାର ଅଭିଯୋଗ ହୋଇଥିଲେ ବି କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିଲା।

ତେଣୁ ବିଧାୟକଙ୍କୁ ଗିରଫ ଦାବିରେ ଲୋକେ ଆଜି ଥାନା ଘେରାଉ କରିଥିଲେ। ଏଥିସହ ଥାନା ଭିତରେ ପଶି ଭଙ୍ଗାରୁଜା ମଧ୍ୟ କରିଥିଲେ। ଉତ୍ତ୍ୟକ୍ତ ଲୋକେ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥକୁ ମଧ୍ୟ ଅବରୋଧ କରିଛନ୍ତି। ଫଳରେ ଶହ ଶହ ଗାଡ଼ି ରାସ୍ତାରେ ଅଟକି ରହିଛି। ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ରାସ୍ତାରୁ ହଟିବେ ନାହିଁ ବୋଲି ଲୋକେ କହିଛନ୍ତି।

You might also like