ରମାଦେବୀ ବିଶ୍ୱବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବନ୍ଦ କରି ଦେଇଥିବାରୁ ଏହାର ପ୍ରତିବାଦରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗେଟ୍‌ରେ ଛାତ୍ରୀମାନେ ଆଜି ତାଲା ପକାଇଥିଲେ।

ଏହାସହ କଲେଜ ଗେଟ୍‌ ସମ୍ମୁଖରେ ବିକ୍ଷୋଭ କରିବା ସହ ଛାତ୍ରୀମାନେ ଧାରଣାରେ ମଧ୍ୟ ବସିଥିଲେ।ନିର୍ବାଚନ ବନ୍ଦ ପାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କୁ ଦାୟୀ କରି କିଛି ଛାତ୍ରୀ ମନ୍ତ୍ରୀଙ୍କ ଫଟୋରେ କଳା ବୋଳିବା ସହ ପୋଷ୍ଟର ମଧ୍ୟ ପୋଡ଼ିଥିଲେ।

ତେବେ ଆଉ ଗୋଟିଏ ଗୋଷ୍ଠୀ ଛାତ୍ରୀ ସରକାରଙ୍କ ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଫଳରେ ନିର୍ବାଚନ ସପକ୍ଷବାଦୀ ଓ ବିପକ୍ଷବାଦୀ ଛାତ୍ରୀ ଗୋଷ୍ଠୀ ମଧ୍ୟରେ ଯୁକ୍ତିତର୍କ ଦେଖିବାକୁ ମିଳିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଛାତ୍ରୀଙ୍କୁ ବୁଝାସୁଝା କରିବା ପରେ ଛାତ୍ରୀମାନେ ଧାରଣାରୁ ଓହରିଥିଲେ।

ନିର୍ବାଚନ ବନ୍ଦ କରି ରାଜ୍ୟ ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବୋଲି ଛାତ୍ରୀମାନେ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like