୨୯୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୯୯ ଓ ଗଜପତିରୁ ୫୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ସମ୍ବଲପୁରରୁ ୧୧, ଖୋର୍ଦ୍ଧାରୁ ୧୦ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୮, କେନ୍ଦୁଝର ଓ ପୁରୀରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଜଗତସିଂହପୁରରୁ ୫ ଓ ନୟାଗଡ଼ରୁ ୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବରଗଡ଼ ଓ କୋରାପୁଟରୁ ୨ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ରାଜ୍ୟରେ ୬୨୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଆଜି ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like