ବର୍ଷା ସହ ବଜ୍ରପାତ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ଟା ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା।
You might also like