• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ସ୍କୁଲ ଖୋଲିବା ନେଇ କେନ୍ଦ୍ର ସରକାର ତାଙ୍କର ଗାଇଡ ଲାଇନ ଜାରି କରିବା ପରେ ରାଜ୍ୟ ସରକାର ତାଙ୍କର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ସ୍କୁଲ ଖୋଲିବ କି ନାହିଁ ସେ ନେଇ  ଅକ୍ଟୋବର  ଶେଷ ସପ୍ତାହରେ  ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ।

ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି,  ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର ହେବ। ଅକ୍ଟୋବରର କରୋନା ସ୍ଥିତି ଦେଖି ନିଷ୍ପତ୍ତି ନେବେ ରାଜ୍ୟ ସରକାର।

ମୁଖ୍ୟମନ୍ତ୍ରୀ କହିଛନ୍ତି ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ। ଆସନ୍ତା ୨୬ରେ ଦୁର୍ଗାପୂଜା।  ଅର୍ଥାତ୍ ଅକ୍ଟୋବରରେ ସ୍କୁଲ ଖୋଲିବ ନାହିଁ। ତେବେ ଅକ୍ଟୋବର ମାସର ସ୍ଥିତି ଦେଖି ସ୍କୁଲ ଖୋଲିବା ନେଇ ବିଚାର ହେବ।  ଚଳିତମାସ ଶେଷ ସପ୍ତାହରେ ଏନେଇ ରାଜ୍ୟ ସରକାର ବିଚାର କରିବେ।

ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି,  ସ୍କୁଲ ଖୋଲିବାର ଆବଶ୍ୟକତା ଅଛି, ଏଥିରେ ସନ୍ଦେହ ନାହିଁ।   ତେବେ ଆମ ପାଇଁ ପିଲାଙ୍କ ସ୍ୱାସ୍ଥ୍ୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।  କରୋନା ସ୍ଥିତି ଦେଖି ଯାହା ନିଷ୍ପତ୍ତି ନିଆଯିବ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

ସୂଚନା ଥାଉ କି,  କରୋନା ମହାମାରୀ ଭିତରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ କେନ୍ଦ୍ର ସରକାର ନିୟମାବଳୀ ଜାରି କରିଛନ୍ତି। ଅକ୍ଟୋବର ୧୫ରୁ ସ୍କୁଲ କଲେଜ ଖୋଲିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଏଥିଲାଗି ଗୃହ ମନ୍ତ୍ରାଳୟ ନିୟମାବଳୀ ଜାରି କରିଛି। ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାଙ୍କ ସହ ବିଚାର ବିମର୍ଶ ଆଧାରରେ ଏଗୁଡ଼ିକ ଖୋଲାଯିବ ବୋଲି ନିୟମାବଳୀରେ କୁହାଯାଇଛି। ଏହା ପରେ ରାଜ୍ୟ ପକ୍ଷରୁ ସ୍କୁଲ ଖୋଲିବା ନେଇ ସ୍ପଷ୍ଟ କରାଯାଇଛି।

Reopening-of-schools-odisha-govt-to-take-a-final-call-by-october-end
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories