• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମ୍ୟୁଟେସନ୍‌ କେସ୍‌ର ତଦନ୍ତ ରିପୋର୍ଟ ଦେବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ରାଜସ୍ୱ ନିରୀକ୍ଷକ।

ସୂଚନା ଅନୁସାରେ, ଖୋର୍ଦ୍ଧା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ରାଜସ୍ୱ ନିରୀକ୍ଷକ ମନୋଜ କୁମାର ନାୟକ ଗୋଡିକିଲୋ ଗାଁର ତ୍ରିନାଥ ଛୁଆଳସିଂଙ୍କ ଜମିର ମ୍ୟୁଟେସନ୍‌ କେସ୍‌ର ରିପୋର୍ଟ ଦେବାକୁ ୧୩ ଶହ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ସେ ଖୋର୍ଦ୍ଧା ଭିଜିଲାନ୍ସ ଟିମ୍‌ ହାତରେ ଧରାପଡ଼ିଥିଲେ। ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସିକୋ ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟର ପିଅନ ବ୍ରଜ କିଶୋର ସାମନ୍ତରାୟଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିବା ସୂଚନା ମିଳିଛି।

ସୂଚନାଥାଉ କି, ଲାଞ୍ଚ ନେଉଥିବା ଅଭିଯୋଗରେ ନୟାଗଡ଼ ଛାମୁଣ୍ଡିଆ ବନପାଳ ଗୋଲକ ବିହାରୀ ବେହେରାଙ୍କୁ ଗତକାଲି ଭିଜିଲାନ୍ସ ଧରିଥିଲା। ମହାନଦୀ ବନ୍ୟପ୍ରାଣୀ ଡିଭିଜନର ବନରକ୍ଷୀ ପୁଷ୍ପାଞ୍ଜଳୀ ପଣ୍ଡାଙ୍କଠାରୁ ସେ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଧରିଛି।

Revenue-inspector-in-vigilance-net
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories