ଦେଢ଼ ଦିନ ପରେ ଦାନ୍ତ ଘଷିଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର : ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ଦେଢ଼ ଦିନ ପରେ ଅବକାଶ ନୀତି ଆରମ୍ଭ ହୋଇଛି। ଦାନ୍ତ ଘଷିଲେ ପ୍ରଭୁ । ଦେବୋତ୍ତର କମିଶନଙ୍କ ଲିଖିତ ପ୍ରତିଶ୍ରୁତି ପରେ ମନ୍ଦିରର ନୀତିକାନ୍ତି ସ୍ୱାଭାବିକ ହୋଇଛି। ଏନେଇ ବ୍ରାହ୍ମଣ  ନିଯୋଗ ସଭାପତି ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି।

ଉଲ୍ଲେଖନୀୟ ଯେ, ନିଯୋଗ ବିବାଦ ପାଇଁ ଉପାସରେ ରହିଥିଲେ ମହାପ୍ରଭୁ ଲିଙ୍ଗରାଜ। ଫଳରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ହୋଇପାରିନଥିଲା।

ଗଙ୍ଗୁଆ ନଦୀ କୂଳ ଜମିରେ ବଡୁ ନିଯୋଗର ନିର୍ମାଣକୁ ନେଇ ଏହି ବିବାଦ ଉପୁଜିଥିଲା। ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ଏହି ନିର୍ମାଣକୁ ବିରୋଧ କରି ନୀତିକାନ୍ତି ବନ୍ଦ ରଖିଥିଲେ। ମହାପ୍ରଭୁ ଲିଙ୍ଗରାଜଙ୍କ ଜମିରେ ବଡୁ ନିଯୋଗ ବେଆଇନ୍‌ ଭାବେ ନିର୍ମାଣ କରୁଥିବା ସେମାନେ ଅଭିଯୋଗ ଆଣିଥିଲେ।

ଅନ୍ୟପକ୍ଷରେ ଅଭିଯୋଗକୁ ବଡୁ ନିଯୋଗ ଖଣ୍ଡନ କରିଥିଲେ। ବିବାଦୀୟ ଜମିକୁ ନିଜର ବୋଲି ବଡୁ ନିଯୋଗ ଦାବି କରିଥିଲେ। ଏହା ଦୀର୍ଘ ୪ ଶହରୁ ଅଧିକ ବର୍ଷ ଧରି ବଡ଼ୁ ନିଯୋଗ ନାଁରେ ରହିଛି। ତେବେ ଏବେ କାହିଁକି ଏହାକୁ ନେଇ ବିବାଦ ଦେଖାଦେଲା ବୋଲି ବଡୁ ନିଯୋଗ ପାଲଟା ଅଭିଯୋଗ କରିଥିଲେ।

ସେପଟେ ବଡ଼ୁ ନିଯୋଗର ନିର୍ମାଣକୁ ମନ୍ଦିର ପ୍ରଶାସନ ବେଆଇନ୍‌ ଦର୍ଶାଇଥିଲା। ଜମି ମହାପ୍ରଭୁ ଲିଙ୍ଗରାଜଙ୍କର। ଏହାକୁ ସୁରକ୍ଷା ଦେବା ପାଇଁ କେବଳ ସେବାୟତ ଦାୟିତ୍ୱରେ ଥିଲେ। ତେଣୁ ଏହା ସମ୍ପୂର୍ଣ୍ଣ ଭାବେ ଲିଙ୍ଗରାଜଙ୍କର ବୋଲି ମନ୍ଦିର ଟ୍ରଷ୍ଟ ବୋର୍ଡର କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଥିଲେ।

ଏହି ମାମଲାକୁ ନେଇ ଗତକାଲି ଏକ ବୈଠକ ମଧ୍ୟ ବସିଥିଲା। ତେବେ ବୈଠକରେ କୌଣସି ସମାଧାନ ବାହାରି ପାରି ନ ଥିଲା। ଫଳରେ ନିଜ ଜିଦ୍‌ରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ଅଟଳ ରହିଥିଲେ।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like