ବିବାହ ପୂର୍ବରୁ ମନର କଥା ଖୋଲି କହିଲେ ସବ୍ୟ-ଅର୍ଚ୍ଚିତା
ଅର୍ଚ୍ଚିତା ଓ ସବ୍ୟ ଲେଖିଛନ୍ତି ଯେ, ସୁଖ ଓ ଦୁଃଖର ନାମ ଜୀବନ। ଅନେକ ଥର ଲାଗେ, ସବୁକିଛି ସରିଗଲା। ହେଲେ ଭଗବାନ ସବୁବେଳେ ନିଷ୍ଠୁର ହୁଅନ୍ତି ନାହିଁ। ବୋଧେ ସେଇଥିପାଇଁ ମତେ ଏମିତି ଏକ ଜୀବନସାଥି ମିଳିପାରିଲା। ଆପଣଙ୍କ ଆଶୀର୍ବାଦ ଆଉ ଭଲପାଇବା ଆମର ସବୁ ଯାତ୍ରାକୁ ସଫଳ କରିବ। ଆସନ୍ତାକାଲି ଆମର ବାହାଘର। ଆମପାଇଁ ନିଶ୍ଚୟ ଠାକୁରଙ୍କୁ ଡାକିବେ।
ସୁଖ ଓ ଦୁଃଖ ର ନାମ ଜୀବନ।ଅନେକ ଥର ଲାଗେ, ସବୁକିଛି ସରିଗଲା।ହେଲେ ଭଗବାନ ସବୁବେଳେ ନିଷ୍ଠୁର ହୁଅନ୍ତି ନାହିଁ।ବୋଧେ ସେଇଥିପାଇଁ ମତେ ଏମିତି ଏକ ଜୀବନସାଥି ମିଲିପାରିଲା।ଆପଣଙ୍କ ଆଶୀର୍ବାଦ ଆଉ ଭଲପାଇବା ଆମର ସବୁ ଯାତ୍ରାକୁ ସଫଳ କରିବ।
ଆସନ୍ତାକାଲି ଆମର ବାହାଘର।ଆମପାଇଁ ନିଶ୍ଚୟ ଠାକୁରଙ୍କୁ ଡାକିବେ🙏 – ସବ୍ୟଅର୍ଚ୍ଚିତା#Sabyarchita pic.twitter.com/tuSFR8ZAnV— SABYASACHI MISHRA 🇮🇳 (@sabyaactor) February 28, 2021
ଆସନ୍ତାକାଲି ବିବାହବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ଓଲିଉଡ୍ର ଏହି ହିଟ୍ ଯୋଡ଼ି। ଏନେଇ ସେମାନେ ସୋସିଆଲ ମିଡିଆରେ ପ୍ରକାଶ କରିଛନ୍ତି ଓ ପ୍ରଶଂସକଙ୍କ ଶୁଭେଚ୍ଛା କାମନା କରିଛନ୍ତି। ପୂର୍ବରୁ ସେମାନଙ୍କ ନିର୍ବନ୍ଧ ସରିଛି। ଆସନ୍ତାକାଲି ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁଙ୍କ ବାହାଘର ହେବ ବୋଲି ସୂଚନା ମିଳିଛି।
ସବ୍ୟ-ଅର୍ଚ୍ଚିତାଙ୍କ ବିବାହ ନେଇ ଅନେକ କଳ୍ପନାଜଳ୍ପନା ଲାଗି ରହିଥିଲା। ଏହି ସସପେନ୍ସରେ ଉଭୟେ ବ୍ରେକ୍ ଲଗାଇଛନ୍ତି। ”ତୋର ମୋର ଯୋଡି ସୁନ୍ଦର”, ”ସ୍ମାଇଲ ପ୍ଲିଜ୍”, ”ମୁଁ ସପନର ସୌଦାଗର” ଓ ”ପାଗଳ କରିଛି ପାଉଁଜି ତୋର”, ”ମୋତେ ଆଣିଦେଲୁ ଲକ୍ଷେ ଫଗୁଣ”, ”ବାଏ ବାଏ ଦୁବାଇ”, ”ହେଲା ମୋତେ ପ୍ରେମ ଜର”, ”କେଉଁ ଦୁନିଆରୁ ଆସିଲ ବନ୍ଧୁ” ସବ୍ୟ-ଅର୍ଚ୍ଚିତାଙ୍କ ସବୁଠୁ ହିଟ୍ ଫିଲ୍ମ ଥିଲା।