ପୁଣି ପ୍ରବଚନ ଦେବାକୁ ଚାହୁଁଛନ୍ତି ସାରଥି; ଏଥିପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେଲେ

କଟକ : ନିଜର ଭକ୍ତଙ୍କୁ ପ୍ରବଚନ ଦେବା ପାଇଁ ବ୍ୟଗ୍ର ହୋଇ ପଡ଼ିଲେଣି ସାରଥି ଓରଫ ସନ୍ତୋଷ ରାଉଳ! ଏଥିପାଇଁ ଅନୁମତି ଦେବାକୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜେଲ୍‌ରୁ ମୁକୁଳିବା ବେଳେ କୋର୍ଟ ତାଙ୍କ ପାଇଁ କିଛି ସର୍ତ୍ତ ରଖିଥିଲେ। ସେହି ସର୍ତ୍ତ ଅନୁଯାୟୀ, ଜେଲ୍‌ରୁ ମୁକୁଳିବା ପରେ ସାରଥି କୌଣସି ସ୍ଥାନରେ ପ୍ରବଚନ ଦେଇ ପାରିବେ ନାହିଁ। ଏପରିକି ଭକ୍ତଙ୍କୁ ଏକାଠି କରିପାରିବେ ନାହିଁ। ଏହା ଦ୍ୱାରା ତାଙ୍କ ଘୋର ଆର୍ଥିକ ସଙ୍କଟ ଦେଖାଦେଇଛି।

ଭଣ୍ଡବାବା’ ୪ ବର୍ଷ ଧରି ଜେଲ୍‌ରେ ରହିଥିବାରୁ ତାଙ୍କର ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏପରିକି ଘରଭଡ଼ା ଦେବା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। ପ୍ରବଚନ ତାଙ୍କର ରୋଜଗାରର ଏକମାତ୍ର ମାଧ୍ୟମ ହୋଇଥିବାରୁ କିଛି ସର୍ତ୍ତ କୋହଳ କରି ଏଥିପାଇଁ ଅନୁମତି ଦେବାକୁ ସାରଥି ହାଇକୋର୍ଟରେ ଆବେଦନ କରିଛନ୍ତି।

ତାଙ୍କ ବିରୋଧରେ ଥିବା ସମସ୍ତ ମାମଲାରେ ଜାମିନ ମିଳିବା ପରେ ଗତ ଜୁଲାଇ୨୫ରେ ଚୌଦ୍ୱାର ଜେଲରୁ ମୁକୁଳିଥିଲେ ସାରଥି। କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମ ଅନ୍ତେବାସିନୀ ମା’ ଓ ଝିଅଙ୍କ ପକ୍ଷରୁ ଦାଏର ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ୨ ଲକ୍ଷ ଟଙ୍କା ଓ ୨ ଜାମିନଦାରଙ୍କ ବଦଳରେ କୋର୍ଟ ଜାମିନ ଦେବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏସ୍‌ଡିଜେଏମଙ୍କ ବିନା ଅନୁମତିରେ ସାରଥି ରାଜ୍ୟ ବାହାରକୁ ଯାଇପାରିବେ ନାହିଁ। ଏପରିକି ସଭାସମିତି ମଧ୍ୟ କରିପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି। ସାରଥି ଜେଲରୁ ମୁକୁଳି ଥିଲେ ମଧ୍ୟ ସେ ବାରିମୂଳ ଆଶ୍ରମକୁ ଯାଇପାରିବେ ନାହିଁ ବୋଲି ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ୨୦୧୫ରେ ଗିରଫ ହୋଇଥିବା ସାରଥିଙ୍କ ବିରୋଧରେ ମୋଟ୍ ୩ଟି ମାମଲା ଥିବା ବେଳେ ପୂର୍ବରୁ ସେ ଅନ୍ୟ ଦୁଇଟି ମାମଲାରେ ଜାମିନ ପାଇଥିଲେ।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like