ସତ୍ୟନଗରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱରର ସତ୍ୟନଗରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ବିଏମ୍‌ସି।  ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ପ୍ରଶାସନ। ସବୁଠୁ ବଡ଼ କଥା ହେଉଛି, ଏହି ସଂକ୍ରମିତଙ୍କ କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ। ସେ ବାହାର ଦେଶକୁ ଯାଇ ନାହାନ୍ତି କି ଦେଶର କୌଣସି ଅଞ୍ଚଳକୁ ଯାଇନଥିବା ଜଣାପଡ଼ିଛି । ଫଳରେ ଏହା ପ୍ରଶାସନର ଚିନ୍ତା ବଢାଇଛି ।

ସତ୍ୟନଗର ଛକରୁ-କାଳି ମନ୍ଦିର ଛକ, କାଳି ମନ୍ଦିର ଛକରୁ-ପତଞ୍ଜଳି ଷ୍ଟୋର, ପତଞ୍ଜଳି ଷ୍ଟୋରରୁ ବ୍ୟାଙ୍କ ଅଫ ଇଣ୍ଡିଆର ଅଫିସର୍ସ କ୍ୱାର୍ଟର୍ସ, ବ୍ୟାଙ୍କ ଅଫ ଇଣ୍ଡିଆର ଅଫିସର୍ସ କ୍ୱାର୍ଟର୍ସରୁ ସତ୍ୟନଗର ଛକରେ ଥିବା ବିଗବଜାର ପର୍ଯ୍ୟନ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଛି।  ଏହି ଅଞ୍ଚଳ ଭିତରକୁ କାହାକୁ ଛଡ଼ା ଯିବ ନାହିଁ କିମ୍ବା ଭିତରୁ କେହି ବାହାରକୁ ବାହାରି ପାରିବେ ନାହିଁ ।

ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ସଂପୃକ୍ତ ଅଞ୍ଚଳରେ ପହଞ୍ଚାଇ ଦିଆଯିବ କଣ୍ଟେନମେଣ୍ଟ ଜୋନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିବ ।  ଘରୁ ବାହାରିବା ପାଇଁ ଲୋକଙ୍କୁ ମନା କରାଯାଇଛି।

You might also like