ଆଜି ୧୦ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି। କେଉଁଠି ତଳିଆ ଅଞ୍ଚଳରେ ପାଣି ପଶିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣିର ଲହଡ଼ି ଭାଙ୍ଗୁଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ମଧ୍ୟ କିଛି ସ୍ଥାନରେ ସକାଳୁ ସକାଳୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି।

ତେବେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ୧୦ ଜିଲ୍ଲାର ଜିଲ୍ଲାପାଳ। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଯାଏ ଉତ୍ତର ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

You might also like