ଭାରତ ବନ୍ଦ ଡାକରା ପାଇଁ ସୋମବାର ରାଜ୍ୟର ସମସ୍ତ ସ୍କୁଲ୍ ଛୁଟି
ଭୁବନେଶ୍ୱର: ଆସନ୍ତା ସୋମବାର ରାଜ୍ୟର ସମସ୍ତ ସ୍କୁଲ୍ ଛୁଟି ରହିବ। ତୈଳ ଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଭାରତ ବନ୍ଦ ଡ଼ାକରା ଦିଆଯାଇଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି।
ଆହୁରି ପଢ଼ନ୍ତୁ
ଭାରତ ବନ୍ଦ ପାଇଁ ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ସମସ୍ତ ସ୍କୁଲ ଛୁଟି କରିବାକୁ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।