ପୁରୀ: ସୁପ୍ରିମକୋର୍ଟଙ୍କ ରଥଯାତ୍ରା ବନ୍ଦ ନେଇ ରାୟ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା ଦିବ୍ୟାସିଂହ ଦେବ। ସେ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିର ବିକଳ୍ପ ନାହିଁ। ରାୟ ଶୁଣିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ କଷ୍ଟ ନିଶ୍ଚୟ ହୋଇଥିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ରାୟକୁ ସମସ୍ତଙ୍କୁ ସମ୍ମାନ ଦେବାକୁ ହେବ ବୋଲି ଗଜପତି ମହାରାଜା କହିଛନ୍ତି।

ଧାର୍ମିକ ଦୃଷ୍ଟିକୋଣରୁ କେମିତି ଯାତ୍ରାବିଧି ପାଳନ ହେବ, ସେ ନେଇ ନିଷ୍ପତ୍ତି ନିଆଯିବ। ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଓ ପ୍ରଶାସନ ସହ ଏନେଇ ଆଲୋଚନା ହେବ ବୋଲି ସୂଚନା ଦେଇଛନ୍ତି ଗଜପତି ମହାରାଜ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଏନେଇ ଶ୍ରୀମନ୍ଦିର ପ୍ରଶାସକଙ୍କ ସହ ଆଲୋଚନା ହେବ। ଶ୍ରୀମନ୍ଦିର ପରିଚାଳନା କମିଟି ସହ ବୈଠକ ହେବ। ଆଲୋଚନା ପରେ କଣ କରାଯିବ ସେନେଇ ନିଷ୍ପତ୍ତି ନିଆଯିବା ବୋଲି କହିଛନ୍ତି ଗଜପତି ମହାରାଜ।

Other Stories