କେନ୍ଦ୍ରାପଡ଼ା ସହରରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା

ଅନିର୍ଦ୍ଦିଷ୍ଟ କାଳ ଲାଗି ୧୪୪ ଧାରା ଘୋଷଣା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସହରରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା। ସହରର ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଦେଖାଦେଇଥିଲା। ଏନେଇ ଖବର ପାଇବା ପରେ ସଭାସ୍ଥଳରେ ପୁଲିସ ଛାଉଣୀ ହେବାସହ ସହରରେ ଆସନ୍ତାକାଲି ଯାଏ ୧୪୪ ଧାରା ଜାରି କରାଯାଇଛି।

ସହରରେ ୬ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ପୁଲିସ ସହରରେ ଫ୍ଲାଗ ମାର୍ଚ୍ଚ କରୁଛି। ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରାଯାଉଛି। ଏବେ ସ୍ଥିତି ନିୟନ୍ତ୍ରଣାଧିନ ଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

ତେବେ ସରକାରୀ ହାଇସ୍କୁଲ ପଡ଼ିଆରେ କୌଣସି କାର୍ଯ୍ୟକ୍ରମ ହେବ ନାହିଁ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି।

 

 

You might also like