ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ; ଜଣେ ଯବାନ ସହିଦ

ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସହିଦ ଯବାନଙ୍କ ନାଁ ଜୟରାମ କବାସୀ।

ଆଜି ବଣ୍ଡାଘାଟି ପାକନାଗୁଡ଼ା ଜଙ୍ଗଲରେ ମାଓବାଦୀମାନେ ଥିବା ନେଇ ସୂଚନା ମିଳିବା ପରେ ଏସ୍‌ଓଜି ଓ ଡିଭିଏଫ୍ ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଗୁଳିମାଡ଼ କରିବାରୁ ସୁରକ୍ଷାକର୍ମୀମାନେ ଏହାର ପାଲଟା ଜବାବ ଦେଇଥିଲେ। ଗୁଳିବିନିମୟ ବେଳେ ଜୟରାମ କବାସୀ ସହିଦ ହୋଇଥିବା ବେଳେ ରାମ ଦୁରୁଆ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବିଶାାଖପାଟଣା ସ୍ଥାନାନ୍ତର କରାଯାଇଛି।

ଅନ୍ୟପକ୍ଷରେ କମ୍ବିଂ ଅପରେସନ ପରେ ୫୦ରୁ ୬୦ଜଣ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି। ଅପରେସନକୁ ଅଧିକ ଜୋରଦାର କରିବା ପାଇଁ ବିଏସ୍‌ଏଫ ଯବାନମାନଙ୍କୁ ସାମିଲ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like