ଓଲଟି ପଡ଼ିଲା ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌

ମାଲକାନଗିରି: ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ NH- ୩୨୬ ଚମ୍ପାଖାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବସ୍‌ଟି ୨୭ ଜଣ ଶ୍ରମିକଙ୍କୁ ନେଇ ସୋନପୁରରୁ ତାମିଲନାଡୁ ତ୍ରିଚୁର ଜିଲ୍ଲା ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ ବସ୍‌ଟି NH- ୩୨୬ ଚମ୍ପାଖାରି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ୭ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଥିବା ବେଳେ ବାକି ଶ୍ରମିକମାନେ ସୁରକ୍ଷିତ ଅଛନ୍ତି। ବସ୍‌ରେ ୨ଜଣ ଡ୍ରାଇଭର ମଧ୍ୟ ଥିଲା।

ଶ୍ରମିକମାନେ ତାମିଲନାଡୁରେ ଏକ ସୂତା କଳରେ କାମ କରିବାକୁ ଯାଉଥିଲେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like