ଶିବରାତ୍ରୀ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମହାଶିବରାତ୍ରୀ ଅର୍ଥାତ୍‌ ମାର୍ଚ୍ଚ ୧୧ ପରେ ୨ ଦିନ ଯାଏ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ବୁଧବାର ଦିନ ପୂର୍ବାନୁମାନ କରିଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାର୍ଚ୍ଚ ୧୨ ଓ ୧୩ରେ ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

You might also like