ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ଲାଗି ରହିଛି। କିଛି ଜିଲ୍ଲାରେ ବର୍ଷା ମଧ୍ୟ ହେଉଛି। ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗତକାଲି ରାତିରୁ ଝିପି ଝିପି ବର୍ଷା ଲାଗି ରହିଛି। ତେବେ ଆସନ୍ତା ୩ ଦିନ ଯାଏ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜି ଓ ଆସନ୍ତାକାଲି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ୨୬ ତାରିଖ ବେଳକୁ ଅଳ୍ପ କିଛି ସ୍ଥାନରେ ବର୍ଷା ହେବବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ ଓ ସୋନପୁରରେ ସ୍ୱଳ୍ପ ଧରଣର ବର୍ଷା ହେବା ସହ ଘଡ଼ଘଡ଼ି ମାରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।