ଥମୁନି ଲଜ୍ଜା: ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ

ଧର୍ମଗଡ଼: ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି।

ଛାତ୍ରୀ ଜଣକ ନିଜ ଗାଁ ସ୍କୁଲରେ ସପ୍ତମ ଶ୍ରେଣୀରେ ପଢ଼ନ୍ତି।  ଜଣେ ବିବାହିତ ବ୍ୟକ୍ତିଙ୍କ ଦ୍ୱାରା ଦୁଷ୍କର୍ମ ପରେ ଛାତ୍ରୀ ଜଣକ ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି।

ଏନେଇ ଧର୍ମଗଡ଼ ଥାନାରେ ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଏତଲା ରୁଜୁ ହୋଇଛି।

ଅନ୍ୟପଟେ ଅଭିଯୁକ୍ତ ବ୍ୟକ୍ତି ଜଣଙ୍କୁ ପୋକ୍ସୋ ଆଇନ୍‌ରେ ଗିରଫ କରାଯାଇଛି।

ସେପଟେ ଅଧିକ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ସୂଚନାଥାଉ କି, ଗତ କିଛିଦିନ ତଳେ କନ୍ଧମାଳ ଜିଲ୍ଲାରେ ଏକ ସେବାଶ୍ରମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଶିଶୁକନ୍ୟା ପ୍ରସବ ଘଟଣାକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାର କିଛିଦିନ ପରେ ରାଜ୍ୟରେ ଆଉ କିଛି ସ୍ଥାନରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।

You might also like