ଆଜିଠୁ ଖୋର୍ଦ୍ଧାରେ ସବୁ ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ

ଖୋର୍ଦ୍ଧା: ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାରେ ସବୁ ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ସରକାରୀ କାର୍ଯ୍ୟାଳୟ, ଘରୋଇ କାର୍ଯ୍ୟାଳୟ ଏବଂ ଘରୋଇ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଛି।

ଉତ୍କଳ ଦିବସ ଠାରୁ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ଏବଂ ସରକାରୀ କାର୍ଯ୍ୟାଳୟର ନାମ ଫଳକ ଓଡ଼ିଆରେ ଲେଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରଥମେ ଲୋକଙ୍କୁ ସଚେତନ କରାଯିବ ଏବଂ ପରେ ଖିଲାପକାରୀଙ୍କ ବିରୋଧରେ ଆଇନତଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷେ, ଜିଲ୍ଲା ପ୍ରଶାସନର ଏଭଳି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି। ଯେଉଁମାନେ ଅମାନିଆ ହେବେ ସେମାନଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଓଡିଶାର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତକଳା ଓ ନୃତ୍ୟ ପାଇଁ ଏ ଦେଶ ଗର୍ବିତ ବୋଲି ରାଷ୍ଟ୍ରପତି ଟ୍ୱିଟ୍‌ କରିଛନ୍ତି।

You might also like