ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ଢିପସାହି ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।

ଅଗ୍ନିକାଣ୍ଡ ସମ୍ପର୍କରେ ଜଣାପଡ଼ିବା ପରେ ଏନେଇ ଗ୍ରାମବାସୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦଶପଲ୍ଲାରୁ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

You might also like