୨୨ ଓ ୨୩ରେ ଦେଖାଦେବ ଘନ କୁହୁଡ଼ି

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ତେବେ୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଦେଖା ଦେବ। ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ।

ଏହି ଜିଲ୍ଲା ଗୁଡ଼ିକ ହେଲା-ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି କୋରାପୁଟ ଓ ମାଲକାନଗିରି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

You might also like